୦୯ ଜୁନ ୨୦୧୯ ରବିବାର – ସୂର୍ଯ୍ୟଦେବଙ୍କ କୃପା ଏହି ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଭାଗ୍ୟ ଚମକିଉଠିବ ।

Spread the love

୦୯ ଜୁନ ୨୦୧୯ ରବିବାର – ସୂର୍ଯ୍ୟଦେବଙ୍କ କୃପା ଏହି ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଭାଗ୍ୟ ଚମକିଉଠିବ ।

ପ୍ରତ୍ୟେକ ମନୁଷ୍ୟ ପାଇଁ ରାଶିଫଳର ମହତ୍ୱ ରହିଛି । ଆଜି ଆମେ ଆପଣଙ୍କୁ ୦୯ ଜୁନ ୨୦୧୯ ରବିବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ: ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଆଜି ଦ୍ୱିତୀୟ ସ୍ଥାନରେ ଶୁକ୍ର ଚତୁର୍ଥାଧିପତିଙ୍କ କେନ୍ଦ୍ରସ୍ଥ ଯୋଗୁଁ ଶ୍ରୁତି ମଧୁର ବାକ୍ୟାଳାପରେ ବନ୍ଧୁଙ୍କୁ ଆପ୍ୟାୟିତ କରିବେ । କର୍ମାଧିପତି ଶନି ଭାଗ୍ୟସ୍ଥ ହେତୁ ମୃଦୁ ମନ୍ଦ ଗତିରେ କର୍ମ ପ୍ରବାହକୁ ଆଗକୁ ଗଡ଼ାଇ ନେବାରେ ସାହାଯ୍ୟ କରିପାରନ୍ତି । ସହକର୍ମୀମାନଙ୍କ ସହ ହସଖୁସିରେ ଦିନଟି ଅବସାନ ଘଟିବ । ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ବନ୍ଧୁମାନଙ୍କ ସହ କୌଣସି ଆନୁଷ୍ଠାନିକ କାମ ସକାଶେ ତତ୍ପରତା ବୃଦ୍ଧି ପାଇବ । ଜୀବନସାଥୀଙ୍କ ଠାରୁ କିଛି ଉପହାର ମିଳିପାରେ । ମହିଳାମାନେ ବ୍ରତ, ଉପାସନାରେ ବ୍ରତୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ :- ଦେବୀମାତାଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ବାଣୀକାରକ ବୁଧ ଉତ୍ତେଜନା ସୃଷ୍ଟିକାରୀ ଗ୍ରହ ମଙ୍ଗଳ ସଂସ୍ପର୍ଶରେ ଆସି ଆପଣଙ୍କ ବ୍ୟବହାରକୁ କଠୋର କରି ଦେଇପାରନ୍ତି । ପାରିବାରିକ ସମସ୍ୟାରୁ ଶାନ୍ତି ପାଇବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । କର୍ମକ୍ଷେତ୍ରରେ ମନ ଚାହୁଁ ନ ଥିବା କେତେକ କାମ ପରିସ୍ଥିତିରେ ପଡି କରିବାକୁ ବାଧ୍ୟ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଶିଳ୍ପ ଓ ଏଜେନ୍ସିପ, ସାମ୍ବାଦିକତା, ଯୋଗାଯୋଗ ପ୍ରଭୃତିରୁ ଖୁସି ରହିବେ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ ଓ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

ମିଥୁନ: ପରିବାରର ବୟୋଜ୍ୟେଷ୍ଠଙ୍କ ଆଶୀର୍ବାଦ ପାଇବେ, ଦିନଟି ମଙ୍ଗଳଯ ରହିବ କିନ୍ତୁ ପାପାକ୍ରାନ୍ତ ଗ୍ରହଙ୍କ ଦ୍ୱାରା କବଳିତ ରାଶି ଏକାଧାରରେ ଦୈହିକ ଓ ମାନସିକ ସୁସ୍ଥତାକୁ କ୍ଷୁଣ୍ଣ କରିପାରେ । ବ୍ୟବସାୟୀମାନେ କର୍ମ କ୍ଷେତ୍ରରେ ସର୍ତକତା ଅବଲମ୍ବନ କରନ୍ତୁ ଏବଂ ନିଜ କଥାବାର୍ତ୍ତାରେ ନିୟନ୍ତ୍ରଣ ରଖାନ୍ତୁ । କେତେକ କ୍ଷେତ୍ରରେ ଅନ୍ୟମାନଙ୍କୁ ଖୁସୀ କରିବାକୁ ଯାଇ ନିଜର ସ୍ବାର୍ଥକୁ ବଳି ଦେବାକୁ ବାଧ୍ୟ ହୋଇପାରନ୍ତି । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ଅଭାବ ନ ଥିଲେ ଘରୋଇ କଥା ମନରେ ବାରମ୍ବାର ଆଲୋଡ଼ନ ସୃଷ୍ଟି କରି ଚିନ୍ତାଧାରାକୁ ବିକ୍ଷିପ୍ତ କରିଦେବ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

କର୍କଟ : ଆଜି ଦିନଟି ଆପଣ ପାଇଁ ଅତି ଉତ୍ତମ ରହିବ । ଚନ୍ଦ୍ରଙ୍କ ସ୍ଥିତି ପ୍ରଭାବରୁ ଆପଣଙ୍କ ହସ ହସ ମୁହଁର ବିନୟପୂର୍ଣ୍ଣ ସାଦର ସମ୍ଭାଷଣ ବନ୍ଧୁ ପରିଜନଙ୍କ ହୃଦୟଗ୍ରାହୀ ହୋଇ ପାରିବ । ବ୍ୟର୍ଥ ଚିନ୍ତାରୁ ମୁକ୍ତି ପାଇବେ । ଆପଣଙ୍କ ପ୍ରତିଭାରୁ ବଡ଼ ଲାଭ ହେବ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ । ସଭାସମିତି, ପ୍ରକାଶନ, ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ସାହିତ୍ୟ, ଗବେଷଣା ତଥା ରଚନାମତ୍କ କାର୍ଯ୍ୟରୁ ପ୍ରଶଂସିତ ହୋଇପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ସିଂହ: ଦିନଟି ଆପଣଙ୍କ ପାଇଁ ବେଶ୍ ଭଲ ରହିବ । ଆପଣଙ୍କ ରାଶି ପାଇଁ ଆଜିର ଗ୍ରହସ୍ଥିତି ନୂତନ ସମ୍ପର୍କ, ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ, ସ୍ବାଗତ ସମ୍ବର୍ଦ୍ଧନା ମଧ୍ୟରେ ପ୍ରଫୁଲ୍ଲିତ ରହିବେ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । କାର୍ଯ୍ୟ ହାସଲ ପାଇଁ ଅର୍ଥାଭାବ, ଅସହଯୋଗ, ପ୍ରତିବନ୍ଧକ ପ୍ରଭୃତି କୌଣସି ନକାରାମତ୍କ ସ୍ଥିତି ଉପୁଜିବ ନାହିଁ । ବ୍ୟବସାୟରେ କମ୍ ପରିଶ୍ରମରେ କରି ଅଧିକ ଲାଭବାନ ହେବେ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ ପ୍ରାପ୍ତି ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦିରେ ଶୁଭଫଳ ପ୍ରାପ୍ତି ହେବ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ବିମଳା ।

କନ୍ୟା: ଭଗବାନଙ୍କ ଉପରେ ବିଶ୍ଵାସ ରଖନ୍ତୁ; ଆପଣଛାଏଁ ସବୁ ଠିକ ହୋଇଯିବ । ଚତୁର୍ଥ ଓ ଦଶମସ୍ଥାନ ପାପଗ୍ରହଙ୍କ ଦ୍ୱାରା ଆକ୍ରାନ୍ତ ହୋଇ ପାରିବାରିକ, କର୍ମକ୍ଷେତ୍ର, ବନ୍ଧୁ ସମ୍ପର୍କକୁ ବିବାଦୀୟ ପରିସ୍ଥିତିତ ଉପୁଜିପରେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ସମସ୍ୟାକୁ ଆହୁରି ଉତ୍ତେଜିତ କରିପାରେ । କୌଣସି ନିର୍ଦ୍ଦିଷ୍ଟ ସ୍ଥାନରୁ ଆଜି ଯାହା ପାଇବା କଥା ତାହା ସହଜ ଓ ସୁବିଧାରେ ପାଇବା କଷ୍ଟକର ହୋଇ ପଡ଼ିବ । ପ୍ଳଟିଙ୍ଗ୍‌ କାରବାର, ଯାନ୍ତ୍ରିକ ଜିନିଷ କିମ୍ବା ବିଦ୍ୟୁତ୍‌ ବ୍ୟବସାୟୀ ଲାଭବାନ୍‌ ହୋଇପାରନ୍ତି । ପୁରାତନ ରୋଗର ଉପଶମ ମିଳିବ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଗାୟତ୍ରୀ ।

ତୁଳା :- ଆଜି ରବି ରଶ୍ମିରେ ବଳହୀନ ସ୍ଵଗୃହୀ ଶୁକ୍ର ଯୋଗୁଁ ଦୈହିକ ଦୁର୍ବଳତା ଦେଖାଦେବ । କୌଣସି ଜିନିଷର ଅଭାବ ନ ଥିଲେ ମଧ୍ୟ ନିଜର ପ୍ରିୟ ବ୍ୟକ୍ତିଙ୍କ ଠାରୁ ବହୁ ଦୂରେ ରହି ଚିନ୍ତିତ ରହିବେ । ପ୍ରିୟ ବନ୍ଧୁଜନଙ୍କ ସହିତ ଦିନର ଅଧିକାଂଶ ସମୟ ବିତେଇବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି । ଆନୁଷ୍ଠାନିକ କାମରେ ପାରିବାରିକ ସମସ୍ୟାକୁ ମନ ଭିତରେ ରଖି କାମ କରିବାକୁ ବାଧ୍ୟ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ବିଛା: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଉତ୍ତମ ଅଟେ । ଚନ୍ଦ୍ର କେନ୍ଦ୍ରସ୍ଥ ବୃହସ୍ପତି ଆପଣଙ୍କ ସ୍ଥଗିତ କାର୍ଯ୍ୟକୁ ସଫଳତାର ସହ ପୂରଣ କରିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ବ୍ୟବସାୟରେ ଅଧିକ ଲାଭବାନ ରହିବ । ଚାକିରିରେ ଦାୟିତ୍ବ ବୃଦ୍ଧି ହେବ।, ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ । ଭାଙ୍ଗି ପଡିଥିବା ସମ୍ପର୍କକୁ ପୁଣି ଯୋଡ଼ିବାକୁ ଚେଷ୍ଟା କରି ଅସଫଳ ହୋଇ ପାରନ୍ତି । ନିଜ ପରିସରର ବ୍ୟକ୍ତି ବିଶେଷମାନେ ଅଯଥା ଦୋଷାରୋପ କରି ମାନସିକ ସ୍ଥିତିକୁ ବିଗାଡି ଦେଇପାରନ୍ତି । ଈର୍ଷା ପରାୟଣ ବ୍ୟକ୍ତିମାନେ ଉପର ମନରେ ଭଲ କଥା କହି ପଛରେ ସମାଲୋଚନା କରିବେ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ୱରୀ ।

ଧନୁ :- ମାନସିକ ଦୃଷ୍ଟିରୁ ଆପଣ ଅଶାନ୍ତି ମୁକ୍ତ ରହିବେ କିନ୍ତୁ ଅଷ୍ଟମାଧିପତି ନବମସ୍ଥ ରହି ଉଦ୍ୟମରେ ପ୍ରତିବନ୍ଧକ ସୃଷ୍ଟି କରିପାରନ୍ତି । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ସଭାସମିତି କିମ୍ବା ବନ୍ଧୁ ଗହଣରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଅଫିସରେ ଆପଣଙ୍କ ପରାମର୍ଶକୁ ସମସ୍ତେ ସମ୍ମାନ ଦେବେ । ଅନାବଶ୍ୟକ କଥାଗୁଡିକୁ ମନରୁ ପରିହାର କରି ବାସ୍ତବତାକୁ ଗୁରୁତ୍ୱ ଦେଇ କାମ କରିବା ଭଲ ହେବ । ବିଭିନ୍ନ ପ୍ରକାରର ସ୍ଥଗିତ କାମକୁ ନେଇ ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମକର :- ଆଜିର ଅଷ୍ଟମଚନ୍ଦ୍ର ରାଶିସ୍ଥ କେତୁଙ୍କ ନକ୍ଷତ୍ରସ୍ଥ ହେତୁ ମାନସିକ ଦୁଃଶ୍ଚିନ୍ତାରେ ମନ ଉଦ୍ୱେଳିତ ହୋଇପାରେ । ବାଣିଜ୍ୟ ବ୍ୟବସାୟ, ସଭାସମିତି ତଥା ପ୍ରଶାସନିକ ସ୍ତରରେ କିମ୍ବା ପ୍ରକାଶନ କ୍ଷେତ୍ରରେ ପ୍ରତିବନ୍ଧକ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ଅଟକି ଥିବା ନିର୍ମାଣଧୀନ କାମକୁ ନେଇ ସମ୍ୟକ ବିବ୍ରତ ହୋଇପାରନ୍ତି । ବିଭିନ୍ନ ପ୍ରକାର କଥା ଚିନ୍ତାକରି ମନ ବିସ୍ତାପ ରହିବ । ଈର୍ଷାପରାୟଣ ବ୍ୟକ୍ତିମାନଙ୍କ ଠାରୁ କଟୁ ବଚନ ଶୁଣିପାରିବେ । ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ । ଶୁଭରଙ୍ଗ: ନୀଳ । ଆରାଧନା: ଶ୍ରୀ ଗଣେଶ ।

କୁମ୍ଭ: ଶନିଙ୍କ ଦୃଷ୍ଟିରୁ ସ୍ଵାସ୍ଥ୍ୟ ନିୟନ୍ତ୍ରଣ ମଧ୍ୟରେ ରହିବ । ଚନ୍ଦ୍ରଙ୍କ କୁପ୍ରଭାବରେ ପାରିବାରିକ ସମସ୍ୟା ହେତୁ ମନ ଭଲ ରହି ନ ପାରେ । ଅବଶ୍ୟ ଅର୍ଥଲାଭ ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ବ୍ୟୟ ପ୍ରତି ସଜାଗ ରୁହନ୍ତୁ । ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ । ଆଜି ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବେ କିନ୍ତୁ କିଛିବି କରିବାର ଉପାୟ ନ ଥିବ । ମହିଳାମାନେ ପିଲାଙ୍କ ସହ ହସ ଖୁସିରେ ଦିନଟି ଅତିବାହିତ କରିବେ । ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଭୈରବୀ ।

ମୀନ :- ଆଜିର ଚନ୍ଦ୍ରଙ୍କ ସ୍ଥିତି ମନ ଚାହୁଁଥିବା କାମ କରାଇ ଦେବନାହିଁ । ଏଣେ ଷଷ୍ଠାଧିପତିଙ୍କ ତୃତୀୟା ଅବସ୍ଥାନ ଭାଇ, ବନ୍ଧୁ କୁଟୁମ୍ବଙ୍କ ଦ୍ୱାରା ପୀଡିତ କରାଇ ପାରେ । ଅବଶ୍ୟ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ଦୂରେଇ ଯିବ । ରାହୁ ସହ ବୁଧଙ୍କ ସମ୍ବନ୍ଧରୁ ଭୁଲ୍‌ ବୁଝାମଣା ଜନିତ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହେବାର ଆଶଙ୍କା ରହିଛି । ମହିଳାମାନେ ନିଜର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ବିରଜା ।