09 ଅକ୍ଟୋବର 2019, ବୁଧବାର :- ବୁଧ ଓ ଚନ୍ଦ୍ରର ମହାସଂଯୋଗ, ୭ଟି ରାଶି ସଂପ୍ରନ୍ନ ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତି ସ୍ଵଚ୍ଛଳ ରହିବ ! କିନ୍ତୁ ଶତ୍ରୁଙ୍କ ଠାରୁ ସାବଧାନ ରୁହନ୍ତୁ !

Spread the love

09 ଅକ୍ଟୋବର 2019, ବୁଧବାର :- ବୁଧ ଓ ଚନ୍ଦ୍ରର ମହାସଂଯୋଗ, ୭ଟି ରାଶି ସଂପ୍ରନ୍ନ ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତି ସ୍ଵଚ୍ଛଳ ରହିବ ! କିନ୍ତୁ ଶତ୍ରୁଙ୍କ ଠାରୁ ସାବଧାନ ରୁହନ୍ତୁ !

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : ଆର୍ଥିକ ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ପାଇଁ ଭଲ ରହିବା । ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ଭଲ । ଦୋକାନ, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ । ଚାକିରି ତଲାସରେ ଥିବା ବ୍ୟକ୍ତି ବିଶେଷଙ୍କୁ ଭଲ ଖବର ମିଳିବ । ଯୌଥ ବ୍ୟବସାୟରେ ଭଲ ଲାଭ ହେବ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ । କର୍ମକ୍ଷେତ୍ର ଓ ପରିବାର ମଧ୍ୟରେ ବିଭିନ୍ନ ପ୍ରକାର ସମସ୍ୟାକୁ ସାମନା କରି ନ ପାରି ବିଚଳିତ ହୋଇପାରନ୍ତି । ଭୁଲ୍‌ ବୁଝାମଣାରୁ ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ନିକଟରୁ ଅନାଦର ପାଇବେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ଗାୟତ୍ରୀ ।

ବୃଷ: ପୂରା ଦିନ ଆପଣଙ୍କ ମନ ପ୍ରସନ୍ନ ରହିବ । ଚନ୍ଦ୍ରଙ୍କ ଶୁଭଦୃଷ୍ଟିରୁ ଆଜି ଆପଣଙ୍କୁ କୌଣସି ସମସ୍ୟା ବିଚଳିତ କରି ପାରିବ ନାହିଁ । ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭାସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ପରିବାରଜନଙ୍କ ସହଯୋଗ ମିଳିବ । କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବଂ ତହିିଁରେ ଲାଭ ପାଇବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ମିଥୁନ : ଦିନଟି ଆପଣଙ୍କୁ ମାଧ୍ୟମ ଫଳ ପ୍ରଦାନ କରିବା । ଅଷ୍ଟମସ୍ଥ ସ୍ଵଗୃହୀ ଶୁକ୍ର ଶାରୀରିକ ଦୁର୍ବଳତା ସଙ୍ଗକୁ ସାମୟିକ ଅଭାବବୋଧ ଜନିତ ଚିନ୍ତିତ ରହପାରନ୍ତି । ଶିଳ୍ପ, ବାଣିଜ୍ୟ, ରାଜନୀତି ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ ଓ କ୍ଷମା ଗୁଣରେ ଯଶ ପ୍ରାପ୍ତି ହେବ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ଉଚ୍ଚ ପଦସ୍ଥ ବ୍ୟକ୍ତି ବିଶେଷମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ଅବିବାହିତଙ୍କୁ ବିବାହର ଭଲ ପ୍ରସ୍ତାବ ମିଳିବ । ପଡୋଶୀଙ୍କ ସହାୟତା ଲାଭ କରି ମାନସିକ ଅସୁସ୍ଥିକୁ ଦୂରେଇବାର ଚେଷ୍ଟା କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

କର୍କଟ: ଉଚ୍ଚଆଶା ସଫଳ ହେବ । ଗ୍ରହସ୍ଥିତିର ସାମ୍ୟତା ଆପଣଙ୍କ ଦିନଚର୍ଯ୍ୟା ସକାଶେ ଶୁଭଙ୍କରୀ ହେବ । ଯାହା ଚାହୁଁଛନ୍ତି ସେହି ଅନୁସାରେ କାମ କରି ଚାଲିଲେ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ମନରେ ନୂଆ ନୂଆ ଚିନ୍ତା ଆସିବା । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି । ଅଫିସ କାମ ତରବରିଆ ଭାବେ କରନ୍ତୁ ନାହିଁ । ଗୃହସୀମା ଜନିତ ବିବାଦ, କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଆର୍ଥିକ ଉନ୍ନତି ଘଟିବ କିଛି ବ୍ୟବସାୟ, ବାଣିଜ୍ୟ ଓ ପରିବହନରୁ ମଧ୍ୟ ଲାଭ ପାଇପାରିବେ । ମହିଳାମାନେ ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଶୁଭରଙ୍ଗ: ନୀଳ । ଆରାଧନା: ଶ୍ରୀ କୃଷ୍ଣ ।

ସିଂହ: ରବି କେନ୍ଦ୍ରକୋଣାଧିପ ଶନି ନକ୍ଷତ୍ରସ୍ଥ ହୋଇ ଷଡାଷ୍ଟକ ସ୍ଥିତିରେ ଥିବାରୁ ଆଲୋଚନାନୁଯାୟୀ କାର୍ଯ୍ୟସାଧନ କରିପାରିବା କଷ୍ଟକର ହେବ । ଅବଶ୍ୟ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଆଶ୍ୱସ୍ତିି ଅନୁଭବ କରିବେ । କ୍ୟାରିୟର ଗଢ଼ିବା ପାଇଁ ନୂଆ ସୁଯୋଗ ମିଳିବ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ମହିଳା ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ରାଜନୀତିରେ ମହତ୍ତ୍ଵାକାଂକ୍ଷା ପୂରା ହେବ । ବେକାର ଥିବା ଯୁବକ ଯୁବତୀଙ୍କୁ ନୂଆ ଚାକିରିର ପ୍ରସ୍ତାବ ମିଳିପାରେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମହାଦେବ ।

କନ୍ୟା: ସମସ୍ୟା ଭିତରେ ମାନସିକ ଦୁଶ୍ଚିନ୍ତା ବଢି ଚାଲିଥିଲେ ମଧ୍ୟ ଗୁରୁକ୍ଷେତ୍ରସ୍ଥ ଚତୁର୍ଥଚନ୍ଦ୍ର ଯୋଗୁ ଆପଣଙ୍କ ପରିବାର ଓ କର୍ମକ୍ଷେତ୍ରରେ କୌଣସି ପ୍ରଭାବ ପଡିବ ନାହିଁ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ସାମାଜିକ ସ୍ତରରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ଶ୍ରୀ ଗଣେଶ ।

ତୁଳା: ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ । ସପ୍ତମରେ ଶୁକ୍ର ଓ ପାପଗ୍ରହ ରହିଥିବାରୁ ଆଜିର ଯାତ୍ରାରେ ସାମାନ୍ୟ ହଇରାଣ ହରକତ ହେବାକୁ ପଡ଼ିପାରେ । ବ୍ୟୟଭାବ ପ୍ରତି ଗ୍ରହମାନଙ୍କ ଦୃଷ୍ଟି ଫଳରେ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଯେଉଁ କାମରେ ବାହାରିଛନ୍ତି ସେଥିରେ ନିଶ୍ଚିତ କୃତକାର୍ଯ୍ୟ ହେବେ । ବ୍ୟବସାୟରେ ନୂଆ ସମ୍ଭାବନା ଅନ୍ୱେଷଣ କରିବେ । ସହକର୍ମୀଙ୍କ ସାହାଯ୍ୟ ନେଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି । ମନ ପାଉ ନ ଥିଲେ ମଧ୍ୟ ସଭା ସମିତିରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ପରିପ୍ରେକ୍ଷୀରେ ନିକଟ ସମ୍ପର୍କୀୟ ମାନେ ଆପଣଙ୍କ ପରାମର୍ଶ ଲୋଡ଼ି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଶାରଳା ।

ବିଚ୍ଛା: କର୍ମାଧିପତି ସ୍ଵଗୃହକୁ ଦେଖୁଥିବାରୁ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ଅଷ୍ଟମସ୍ଥଗ୍ରହ ବିଭିନ୍ନ ଦିଗରୁ ଅର୍ଥାଗମର ଯୋଜନାକୁ ସାକାର କରାଇପାରନ୍ତି । ନିର୍ମାଣ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ କିନ୍ତୁ ପ୍ରତିଟି କାର୍ଯ୍ୟରେ ସକାରତ୍ମକ ଫଳ ପାଇବେ । କାରବାରରେ ବଡ଼ ସଉଦା ହେବ । କେତେକ କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ । ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ଧନୁ: ଦିନଟି ଆନନ୍ଦମୟ ରହିବ । କ୍ୟାରିୟରରେ କିଛି ପରିବର୍ତ୍ତନ ହେବ । ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ଧନାଧିପତି କୋଣଭାବସ୍ଥ ଯୋଗୁଁ ଆଜି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ଅବଶ୍ୟମ୍ଭାବୀ । ସେବା ମନୋବୃତ୍ତି କାରଣରୁ ସାଙ୍ଗ ସାଥୀ ମେଳରେ ବେଶୀ ସମୟ କାଟିପାରନ୍ତି । ବନ୍ଧୁ ଗହଣରେ ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରିୟବନ୍ଧୁଙ୍କ ଠାରୁ ଉପହାର ପାଇବେ । ପାରିବାରିକ ସମ୍ପର୍କ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମକର: ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ସମସ୍ତ ଗ୍ରହଙ୍କ ଅନୁକୂଳ ସ୍ଥିତି ପ୍ରଭାବରେ ସାମଗ୍ରୀକ କ୍ଷେତ୍ରରେ ଉନ୍ନତି କରିବେ । ଏକାଧାରରେ ଅର୍ଥ ସଙ୍ଗକୁ ବିଶିଷ୍ଟ ବ୍ୟକ୍ତିିଙ୍କ ଦ୍ୱାରା ସମ୍ମାନ ପାଇପାରନ୍ତି । ଆପଣଙ୍କ କାମ ପୂରା କରିବାରେ କେହି ବାଧା ଦେଇ ପାରିବେ ନାହିଁ । ଉନ୍ନତିର ନୂଆ ଦ୍ୱାରା ଖୋଲିବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । ଅଚାନକ ଧନପ୍ରାପ୍ତି ହେବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । କିନ୍ତୁ ତୃତୀୟସ୍ଥ ପାପଗ୍ରହ ପ୍ରଭାବରେ ନିଜର ବନ୍ଧୁ ବାନ୍ଧବ କିମ୍ବା ଆତ୍ମୀୟମାନେ ବିରୋଧାମତ୍କ କଥା କହିପାରନ୍ତି । ସ୍ଵାର୍ଥ ହାସଲ ନ ହୋଇ ପାରିବା କାରଣରୁ ସେମାନେ ସମାଲୋଚନା କରିପାରନ୍ତି । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

କୁମ୍ଭ: ଭଗବାନଙ୍କ ଉପରେ ବିଶ୍ଵାସ ରଖନ୍ତୁ, ଦିନଟି ଭଲରେ କାଟିବ । ବୃହସ୍ପତି ପ୍ରଭାବରେ ଭଲ ମନ ନେଇ କାମ କଲେ ମଧ୍ୟ ଅର୍ଥସଂକଟ, ବ୍ୟବହାରରେ ବ୍ୟତିକ୍ରମ ସମସ୍ୟା ସୃଷ୍ଟିର କାରଣ ହୋଇପାରେ । କେତେକ କ୍ଷେତ୍ରରେ ଧର୍ମ ସଙ୍କଟରେ ପଡ଼ି କ’ଣ କରିବେ କିମ୍ବା ନ କରିବେ ଏହି ଦ୍ୱନ୍ଦ୍ୱରେ ପଡିପାରନ୍ତି । ବ୍ୟବସାୟରେ ପ୍ରଚାର ଓ ପ୍ରସାର ଫଳରେ ଆଶାତୀତ ଲାଭବାନ ହେବେ । ବିଶିଷ୍ଟ ବ୍ୟକ୍ତିଙ୍କ ସଙ୍ଗ ଲାଭରୁ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଆପଣଙ୍କୁ କୌଣସି ଉଚ୍ଚପଦ ମିଳିପାରେ । ନୂତନ କର୍ମ ନିଯୁକ୍ତି ପାଇବେ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ମୀନ: ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଏକାଧିକ ରାଶିରେ ଅବସ୍ଥାନ କରି ମାନସିକ ବିକ୍ଷିପ୍ତତା ମଧ୍ୟରେ ଅଭିଳଷିତ କାର୍ଯ୍ୟରେ ସିଦ୍ଧି ଲାଭ କରାଇବେ । ନୂଆ ପ୍ରସ୍ତାବର ରୂପରେଖ ଦିଅନ୍ତୁ, ଭବିଷ୍ୟତରେ ଶୁଭଫଳ ପାଇବେ । ତଥାପି ସାମୟିକ ଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ । ଆର୍ଥିକ ପରିସ୍ଥିତି ଭଲ ରହିବ । ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ନିର୍ମାଣାଧୀନ କାର୍ଯ୍ୟ କିଛି ଅଂଶ ପୂର୍ଣ୍ଣ କରିବା ପାଇଁ ଚେଷ୍ଟା କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟ ଦେବ ।