ଆଜିଠାରୁ ଶସ୍ତା ହେଲା ୩୩ଟି ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ :

Spread the love

ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦର କମିବାର ସମ୍ଭାବନା ରହିଛି । କାରଣ ଜିଏସଟି କାଉନସିଲ ଆଜି ୩୩ଟି ସାମଗ୍ରୀ ଓ ସେବା ଉପରୁ ଜିଏସଟି ହାର ହ୍ରାସ କରିବାକୁ ନିଷ୍ପତ୍ତି ନେଇଛି । ଏସବୁ ସାମଗ୍ରୀର ଜିଏସଟି ହାର ୧୮ ପ୍ରତିଶତରୁ ହ୍ରାସ ପାଇ ୧୨ ଓ ୫ ପ୍ରତିଶତ ରଖାଯାଇଛି । ଆଜି ବସିଥିବା ଜିଏସଟି କାଉନସିଲର ୩୧ତମ ବୈଠକ ପରେ ପଣ୍ଡିଚେରୀ ଉପ-ମୁଖ୍ୟମନ୍ତ୍ରୀ ଏନ.ନାରାୟଣସ୍ୱାମୀ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଏସବୁ ସାମଗ୍ରୀ ଉପରୁ ଟିକସ ହ୍ରାସ ପାଇଁ କଂଗ୍ରେସ ଦାବି କରିଆସୁଥିଲା ।

ଗତ ୨୨ ତାରିଖରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନଭବନଠାରେ ବସିଥିବା ଜିଏସଟି କାଉନସିଲର ୩୧ତମ ବୈଠକରେ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ଅଧ୍ୟକ୍ଷତାରେ କରିଥିଲେ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ ଯେ ଜିଏସଟି ଲାଗୁହୋଇଥିବା ପ୍ରାୟ ୧୨ଶହ ସାମଗ୍ରୀର ୯୯ ପ୍ରତିଶତ ସାମଗ୍ରୀର ଜିଏସଟି ହାର ୧୮ ପ୍ରତିଶତ ତଳକୁ ହ୍ରାସ କରାଯିବ ।

ଯେଉଁ ସାମଗ୍ରୀ ଗୁଡିକରେ ଜିଏସଟି ହାର ୨୮ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ ପାଇଛି ସେଗୁଡିକ ହେଲା ୩୨ ଇଞ୍ଚ ପର୍ଯ୍ୟନ୍ତ ମନିଟର ଓ ଏଲଇଡି ଟିଭି, ଗିଅରବକ୍ସ, ରିଟ୍ରେଡେଡ୍‌ ଟାୟାର, ପାଓ୍ଵାର ବ୍ୟାଙ୍କ, ଲିଥିୟମ ଆଇରନ ବ୍ୟାଟେରୀ, ଭିଡିଓ ଗେମ ଓ ଅନ୍ୟାନ୍ୟ କ୍ରୀଡା ସାମଗ୍ରୀ ଅନ୍ୟତମ । ଜୋତା ଉପରେ ଜିଏସଟି ହାର ୧୮ ପ୍ରତିଶତ ବଦଳରେ ୧୨ ପ୍ରତିଶତ ଲାଗୁ ହେବ । ଫ୍ରୋଜେନ ଭେଜିଟେବୁଲ ଉପରେ ଜିଏସଟି ଲାଗୁ ହେବ ନାହିଁ । ସେହିପରି ୧୦୦ ଟଙ୍କା ପର୍ଯ୍ୟନ୍ତ ସିନେମା ଟିକେଟ ଉପରେ ଟିକସ ହାର ୧୨ ପ୍ରତିଶତକୁ ହ୍ରାସ ପାଇଛି । ଏହା ଫଳରେ ସିନେମା ଟିକେଟ ଶସ୍ତା ହେବ । ସେହିପରି ୧୦୦ ଟଙ୍କାରୁ ଅଧିକ ମୂଲ୍ୟର ସିନେମା ଟିକେଟ ଉପରେ ଜିଏସଟି ହାର ୨୮ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କରାଯାଇଛି । ସୋଲାର ଏନର୍ଜି ସାମଗ୍ରୀ ଉପରେ ୫ ପ୍ରତିଶତ ଜିଏସଟି ଲାଗୁ ହେବ । ଏକ ସାଧାରଣ ସଂଚୟ ଜମା ଖାତା କିମ୍ବା ଜନଧନ ଖାତା ଖୋଲିବା ଉପରେ କୌଣସି ଜିଏସଟି ଲାଗୁ ହେବ ନାହିଁ । ଏବେ ମାତ୍ର ୨୮ଟି ବିଳାଶମୟ ସାମଗ୍ରୀ ଉପରେ ୨୮ ପ୍ରତିଶତ ଜିଏସଟି ଲାଗୁ ହେଉଛି । ଏସବୁ ଜିଏସଟି ହ୍ରାସ ଜାନୁୟାରୀ ୧ରୁ ଲାଗୁ ହେବ ।