ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଓଡିଶାର ଏହି ଗୁଡିକରେ ହେବ ପ୍ରବଳ ବର୍ଷା !

Spread the love

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗିରହିବ । ଏହା ପ୍ରଭାବରେ ୨୩ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି ।

ତେବେ (ଆଜିଠାରୁ ଆସନ୍ତ କଲି ପର୍ଯ୍ୟନ୍ତ) ଅର୍ଥାତ ୨୧ରୁ ୨୨ ତାରିଖ ମଧ୍ୟରେ ରାଜ୍ୟର ସମ୍ବଲପୁର, ଝାରସୁଗୁଡା, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ନୂଆପଡ଼ା, କୋରାପୁଟ, ମାଲକାନଗିିରି ଓ ନବରଙ୍ଗପୁର ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି । ତେଣୁ ଏସବୁ ଜିଲ୍ଲାକୁ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଆସନ୍ତା ୨୪ ଓ ୨୫ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହିତ ଗଜପତି, ଗଞ୍ଜାମ, ରାୟଗଡ଼ା, ପୁରୀ, କନ୍ଧମାଳ, ନୟାଗଡ଼, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାକୁ ପ୍ରବଳ ବର୍ଷାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ରିପୋର୍ଟ ପ୍ରକାଶ ପାଇଛି ।

ପରବର୍ତ୍ତୀ ୪୮ ଘଣ୍ଟା ସମୟରେ ଦକ୍ଷିଣ ଓଡିଶା ସମେତ ଉପକୂଳ ଓଡ଼ିଶା ଯଥା ପୁରୀ, ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ଵର, ଭଦ୍ରକରେ ବର୍ଷା ହେବ ବୋଲି ଆକଳନ କରାଯାଇଛି ।