ମେଷ ରାଶି; ଆପଣ ଚୁପଚାପ ରହି ନିଜ କାର୍ଯ୍ୟରେ ଧ୍ୟାନ କେନ୍ଦ୍ରୀଭୂତ କରନ୍ତୁ; ବିଳମ୍ବ ହେଲେ ବି ସବୁ ଠିକ୍ ହୋଇଯିବ । କର୍ମକ୍ଷେତ୍ରରେ ପରୋକ୍ଷ ସାହାଯ୍ୟ ଲାଭ କରି ମନୋବଳ କ୍ରମଶଃ ବୃଦ୍ଧି ପାଇବ । ବ୍ୟବସାୟ ବାଣିଜ୍ୟରେ ଉପଯୁକ୍ତ ପରିଶ୍ରମିକ ପାଇବେ । ସମାଜର କିଛି ସମ୍ମାନନୀୟ ବ୍ୟକ୍ତିବିଶେଷଙ୍କ ସାନ୍ନିଧ୍ୟ ଲାଭ କରିବେ । ବେପାରିବର୍ଗଙ୍କୁ ଅଚାନକ ଧନଲାଭ ହୋଇପାରେ ।
ବେରୋଜଗାର ବ୍ୟକ୍ତିଙ୍କୁ ନୂତନ କର୍ମ ନିଯୁକ୍ତିର ସୁଯୋଗ ମିଳିବ । ସାମାଜିକ ସ୍ତରରେ କୈାଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ସାଧାରଣ ଯୁକ୍ତି ତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ । ଅନ୍ୟମନସ୍କ ରହିବା କାରଣରୁ କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ । ଆପଣଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ ।

ଧନୁ ରାଶି; ଭଗବାନଙ୍କ ଉପରେ ଭରସା ରଖନ୍ତୁ, ସମସ୍ତ କାର୍ଯ୍ୟରେ ସିଦ୍ଧି ପାଇବେ । ପ୍ରତ୍ୟେକ କାମ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅବସାଦ ଲାଗି ରହିପାରେ । ଏହା ବ୍ୟତୀତ କର୍ମକ୍ଷେତ୍ରରେ ମଧ୍ୟ କେତେକ ଆକସ୍ମିକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡିବ । ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିିତା କ୍ରମଶଃ ବୃଦ୍ଧି ପାଇବ । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ ।
ଜମିଜମା ସମ୍ପର୍କିତ ଚିନ୍ତା ବଢ଼ିପାରେ । ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ବନ୍ଧୁଙ୍କ ସହାୟତାରେ ହଠାତ୍ ସଂପୂର୍ଣ୍ଣ ହୋଇଯିବ । ସଭାସମିତି ଓ ଆଲୋଚନା ପରିସରରେ ନିର୍ଭିକତା ଓ ସତ୍ୟ ଭାଷଣ ଯୋଗୁଁ ପ୍ରଶଂସିତ ହେବେ । କୌଣସି ପାରିବାରିକ ବ୍ୟତିକ୍ରମ କାରଣରୁ ଟେନସନ୍ କିିଛି ମାତ୍ରାରେ ଲାଗିରହିବ । ସ୍ଵାସ୍ଥ୍ୟ ସମସ୍ୟା ମନକୁ ବିଚଳିତ କରିପାରେ ।

ମୀନ ରାଶି ; ବ୍ୟବସାୟ ଏବଂ ଚାକିରୀ ରେ ଧର୍ଯ୍ୟ ଏବଂ ସଞ୍ଚୟ ଜାରି ରଖନ୍ତୁ ଶୀଘ୍ର ଧନବାନ ହେବେ। ଅଚାନକ ଭାବରେ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ । କାର୍ଯ୍ୟ ବ୍ୟସ୍ତତା ବୃଦ୍ଧି ପାଇବା କାରଣରୁ ଘରୋଇ କାମରେ ସମୟ ଦେଇ ପାରିବେ ନାହିଁ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପୂର୍ବରୁ ଲାଗିରହିଥିବା ବିବାଦର ଅବସାନ ଘଟିବ ।
ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ପାରିବାରିକ ସ୍ତରରେ ସାମୟିକ କେତେକ ବ୍ୟତିକ୍ରମକୁ ବାଦ୍ ଦେଲେ ଦିନଟି ପ୍ରାୟତଃ ଭଲରେ ବିତିବ । ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତା, ନୂତନ ପ୍ରେମ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ ।
ଆମେ ଆପଣଙ୍କ ପାଇଁ ଏମିତି ରାଶି ସମ୍ବନ୍ଧରେ ଖବର ପ୍ରତିଦିନ ଆଣିଥାଉ।ଏହି ପୋଷ୍ଟ ଆପଣଙ୍କୁ କିପରି ଲାଗିଲା, ଦୟାକରି ତଳେ କମେଣ୍ଟ କରନ୍ତୁ। ଏହି ପୋଷ୍ଟକୁ ନିଶ୍ଚୟ ସେୟାର୍ କରନ୍ତୁ ଏବଂ ଏହିଭଳି ଖବର ଜାଣିବା ପାଇଁ ଆମ ପେଜ୍ କୁ ଲାଇକ ଏବଂ ଫଲୋ କରିଦିଅନ୍ତୁ।