ଆନ୍ତର୍ଜାତୀୟ ମହିଳା ଦିବସ !

ଆମ ଦେଶର ମୋଟ୍ ଜନସଂଖ୍ୟାର ପ୍ରାୟ ଅର୍ଦ୍ଧାଂଶ ହେଉଛନ୍ତି ମହିଳା। ଏଣୁ ଆମ ଦେଶର ପ୍ରଗତି ନିମନ୍ତେ ମହିଳାମାନଙ୍କୁ ସାମାଜିକ, ଅର୍ଥନୈତିକ ଓ ରାଜନୈତିକ ଭାବେ ସଶକ୍ତିକରଣ କରିବାର ଆବଶ୍ୟକତା ରହିଛି। ଦେଶର ସାମଗ୍ରିକ ବିକାଶ ପାଇଁ ମହିଳାମାନଙ୍କ ସୁରକ୍ଷା ପ୍ରତି ମଧ୍ୟ ଧ୍ୟାନ ଦେବାର ପ୍ରୟୋଜନ ରହିଛି। ସମାଜରେ ନିଜକୁ ସୁରକ୍ଷିତ ମଣୁଥିବା ନାରୀଟିଏ ନିଜକୁ ଆତ୍ମନିର୍ଭରଶୀଳ କରିବା ସହିତ ସମାଜର ପ୍ରଗତିର ଯୋଗଦାନ କରିପାରିବ।
ମହିଳାମାନଙ୍କର ସାମାଜିକ, ରାଜନୈତିକ ଏବଂ ଅର୍ଥନୈତିକ ସଫଳତାକୁ ମନେ ରଖିବା ସହ ଏହାକୁ ପ୍ରୋତ୍ସାହନ ଦେବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ରୂପେ ପାଳନ କରାଯାଉଛି । ସମାଜରେ ମହିଳା ମାନଙ୍କ ପ୍ରତି ସମ୍ମାନ, ସ୍ନେହ ଓ ଶ୍ରଦ୍ଧାର ନିଦର୍ଶନ ନିମନ୍ତେ ଏହି ଦିବସର ପାଳନର ତାତ୍ପର୍ଯ୍ୟରହିଛି ଏବଂ ମହିଳା ମାନଙ୍କ ଅର୍ଥନୈତିକ, ରାଜନୈତିକ ଏବଂ ସାମାଜିକ ଅଭିବୃଦ୍ଧିର ଉତ୍ସବ ଭାବରେ ଏହି ଦିନର ମହତ୍ୱ ରହିଛି ।
ଆମେରିକାରେ ସୋସିଆଲିଷ୍ଟ ପାର୍ଟୀର ଆହ୍ୱାନରେ, ଏହି ଦିବସ ସର୍ବ ପ୍ରଥମେ ୨୮ ଫେବୃଆରୀ ୧୯୦୯ ମସିହାରେ ପାଳିତ ହେଉଥିଲା । ୧୯୧୦ ମସିହାରେ ସୋସିଆଲିଷ୍ଟ ଇଣ୍ଟରନ୍ୟାସନଲ କୋପେନହେଗନ ସମ୍ମିଳନରେ ଏହାକୁ ଅନ୍ତରାଷ୍ଟ୍ରୀୟର ମାନ୍ୟତା ଦିଆଗଲା । ସେହି ସମୟରେ ଏହାର ପ୍ରମୁଖ ଯୋଗ୍ୟ ସମ୍ପୂର୍ଣ୍ଣ ମହିଳା ମାନଙ୍କୁ ଭୋଟ ଦେବାର ଅଧିକାର ଦିଆ ଯିବାରଥିଲା, କାରଣ ସେହି ସମୟରେ ବହୁ ଦେଶମାନଙ୍କରେ ମହିଳାଙ୍କୁ ଭୋଟ ଦେବାର ଅଧିକାର ନଥିଲା ।
୧୯୧୭ ମସିହାରେ ଋଷର ମହିଳାମାନେ, ମହିଳା ଦିବସରେ ରୁଟି ଏବଂ କପଡା ପାଇଁ ଆନ୍ଦୋଳନ କରିବାର ଯୋଜନା କରିଥିଲେ । ଏହି ଆନ୍ଦୋଳନ ମଧ୍ୟ ଐତିହାସିକ ଥିଲା । ଅନ୍ତରୀମ ସରକାର ମହିଳା ମାନଙ୍କୁ ଭୋଟ ଦେବାର ଅଧିକାର ଦେଲେ । ସେହି ସମୟରେ ଋଷରେ ଜୁଲିୟନ କ୍ୟାଲେଣ୍ଡର ଚଳୁଥିଲା ଏବଂ ବାକି ଦୁନିଆରେ ଗ୍ରେଗେରିୟାନ କ୍ୟାଲେଣ୍ଡର । ଏହି ଦୁଇ କ୍ୟାଲେଣ୍ଡରର ତାରିଖରେ କିଛି ଅନ୍ତର ଥିଲା । ଜୁଲିୟନ କ୍ୟାଲେଣ୍ଡର ଅନୁସାରେ ୧୯୧୭ ଫେବୃଆରୀର ଶେଷ ପର୍ଯ୍ୟାୟ ୨୩ ଫେବୃଆରୀରେ ଥିଲା କିନ୍ତୁ ଗ୍ରେଗେରିୟାନ କ୍ୟାଲେଣ୍ଡର ଅନୁସାରେ ସେହିଦିନ ୮ ମାର୍ଚ୍ଚ ଥିଲା । ସେହି ସମୟରେ ସମସ୍ତ ଦୁନିଆରେ, ଏମିତିକିି ଋଷରେ ମଧ୍ୟ ଗ୍ରେଗେରିୟାନ କ୍ୟାଲେଣ୍ଡର ଚଳୁଥିଲା । ଏଥିପାଇଁ ୮ ମାର୍ଚ୍ଚକୁ ମହିଳା ଦିବସ ରୂପେ ପାଳନ କରାଗଲା ।